ଖୋର୍ଦ୍ଧାରେ ଜିଲ୍ଲାସ୍ତରୀୟ ଜନଶୁଣାଣୀ ଶିବିର, ୧୦୨ ଅଭିଯୋଗର ଶୁଣାଣି
ଖୋର୍ଦ୍ଧା:(ପ୍ରିୟଙ୍କା ମହାପାତ୍ର) ଖୋର୍ଦ୍ଧା ଜିଲ୍ଲା ପରିଷଦ ସମ୍ମିଳନୀ କକ୍ଷରେ ଜିଲ୍ଲାପାଳଙ୍କ ଅଧ୍ୟକ୍ଷତାରେ ଜିଲ୍ଲାସ୍ତରୀୟ ମିଳିତ ଜନଶୁଣାଣୀ ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରେ ମୋଟ ୧୦୨ଟି ଅଭିଯୋଗର ଶୁଣାଣି କରାଯାଇଥିବା ବେଳେ ୯ଟି ଅଭିଯୋଗର ତତ୍କାଳ ସମାଧାନ କରାଯାଇଥିଲା।ସେହିପରି ମୁଖ୍ୟମନ୍ତ୍ରୀ ରିଲିଫ୍ ପାଣ୍ଠିରୁ ୬ ଜଣ ହିତାଧିକାରୀଙ୍କୁ ମୋଟ ୧ ଲକ୍ଷ ୧୦ ହଜାର ଟଙ୍କାର ଆର୍ଥିକ ସହାୟତା ପ୍ରଦାନ କରାଯାଇଥିଲା।ଏହି ଜନଶୁଣାଣୀ ଶିବିରରେ ଆରକ୍ଷୀ ଅଧୀକ୍ଷକ, ଅତିରିକ୍ତ ଜିଲ୍ଲାପାଳଙ୍କ ସମେତ ବିଭିନ୍ନ ବିଭାଗର ଅଧିକାରୀମାନେ ଉପସ୍ଥିତ ରହି ଜନସାଧାରଣଙ୍କ ଅଭିଯୋଗ ଶୁଣିବା ସହ ଆବଶ୍ୟକ ପଦକ୍ଷେପ ଗ୍ରହଣ କରିଥିଲେ।
